csstore

ଧନସୁଳି ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଧନସୁଳି ସରକାରୀ ଆଶ୍ରମ ବିଦ୍ୟାଳୟର ପଞ୍ଚମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ବାର୍ଷିକ ଉତ୍ସବ ଅବସରରେ ସ୍ଥାନୀୟ ଜନସାଧାରଣ୍‌ଙ୍କ ସମେତ ଅଭିଭାବକ, ଅଭିଭାବିକାମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ଅନୁଷ୍ଠାନର ପ୍ରଧାନ ଶିକ୍ଷକ ବିଶ୍ଵରଞ୍ଜନ ବେହେରା ସଭାପତିତ୍ୱ କରିଥିବା ବେଳେ ଖଲିଆଭଟା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମା ଶଙ୍କର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ସାମ୍ବାଦିକ ଶେଷଦେବ ବେହେରା ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇଥିବା ବେଳେ ଡାକ୍ତର ଗୁଣିନ୍ଦ୍ର ମହନ୍ତ, ଅବସର ଶିକ୍ଷକ ଧନୁର୍ଯ୍ୟ ବେହେରା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଜ କୁମାର ଶୈଳ, ପୂର୍ବ ସରପଞ୍ଚ ଲକ୍ଷ୍ମଣ ମାଝୀ, ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡା, ରଘୁ ମଣି ଦଣ୍ଡସେନା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଜନସାଧାରଣ ଉଚ୍ଚ ପ୍ରଶଂସା କରିଥିଲେ । ଶିକ୍ଷକ ଅଶ୍ୱିନ କୁମାର ହରିଜନ ମଞ୍ଚ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ପୂର୍ଣ୍ଣ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.