oom

ବିବେକାନନ୍ଦ ପବ୍ଲିକ ସ୍କୁଲର ଦ୍ୱିତୀୟ ବାର୍ଷିକ ଉତ୍ସବ

jsmm

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ବିବେକାନନ୍ଦ ପବ୍ଲିକ ସ୍କୁଲର ଦ୍ୱିତୀୟ ବାର୍ଷିକ ଉତ୍ସବ ଏବଂ ଜୁପିଟର ଶିକ୍ଷାନୁଷ୍ଠାନ ରୌପ୍ୟ ଜୟନ୍ତୀ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଛତ୍ରପୁର ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ସସ୍ମିତା ସାମନ୍ତରାୟ, ମୁଖ୍ୟବକ୍ତା ଭାବେ ଛତ୍ରପୁର କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଅଶ୍ୱିନୀ କୁମାର ପ୍ରଧାନ, ସମ୍ମାନିତ ଅତିଥି ରୂପେ ଛତ୍ରପୁର ବ୍ଲକର ସି.ଆର୍‌.ସି. ସୁକାନ୍ତ କୁମାର ମିଶ୍ର ଯୋଗଦେଇ ଶିକ୍ଷା ବିଷୟରେ ମାର୍ଗଦର୍ଶନ କରିଥିଲେ । କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର କୁମାର ସାହୁ ସଭାପତିତ୍ୱ କରିଥିବାବେଳେ, ବିବେକାନନ୍ଦ ପବ୍ଲିକ ସ୍କୁଲର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀମତୀ ନିଲୀମା ପଟ୍ଟନାୟକ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ଶେଷରେ ଅନୁଷ୍ଠାନ ଉପାଧ୍ୟକ୍ଷା ସୁନୀତା ସାହୁ ଧନ୍ୟବାଦ ଜଣାଇଥିଲେ । କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସମେତ ଶତାଧିକ ଛାତ୍ରଛାତ୍ରୀ ଓ ଅଭିଭାବକ ଉପସ୍ଥିତ ଥିଲେ । ଶେଷରେ ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । କୃତିତ୍ଵ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରଯାଇଥିଲା ।

jittmm
Leave A Reply

Your email address will not be published.