ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ତୁଷୁରା ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ପୁରସ୍କାର ବିତରଣୀ ଉତ୍ସବ-୨୦୨୬ ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବାଳିକା ନୋଡାଲ୍ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ଭୋଇ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ । ସମ୍ମାନିତ ଅତିଥି ଭାବେ ମହୀପୁର ଆଶ୍ରମ ସ୍କୁଲର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକ ଯୋଗ ଦେଇଥିଲେ ଓ ବିଶିଷ୍ଟ ଅତିଥି ଭାବେ ଯୁବ ବ୍ୟବସାୟୀ ବିଭୋର କେଡିଆ ଯୋଗ ଦେଇଥିଲେ । ଶିକ୍ଷୟିତ୍ରୀ ବିନ୍ଦୁ ମାହାଣା ସଭା ସଞ୍ଚାଳନ କରିଥିଲେ ଓ ଶିକ୍ଷୟିତ୍ରୀ ରଞ୍ଜିତା ନାଗ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାଶ ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ ।

Leave A Reply

Your email address will not be published.