ମୁରିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଲୋକସଭା ସାଂସଦଙ୍କ ବ୍ଲକ ପ୍ରତିନିଧି ଶ୍ରୀବତ୍ସ ବେହେରା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ମୁରିବାହାଲ ଗ୍ରାମ ପଞ୍ଚାୟତ ସରପଞ୍ଚ ବିଶ୍ୱବିହାରୀ ଯୋଶୀ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କୋଦଣ୍ଡଧର ଭୋଇ, କାନ୍ତାରାମ ଧରୁଆ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ହୃଷିକେଶ ଶିକା, ପ୍ରଧାନଶିକ୍ଷକ ଥୟରାଜ ପ୍ରଧାନୀ ଓ ଘଣ୍ଟବାହାଲ ୱାର୍ଡ ସଭ୍ୟ ବିଭୀଷଣ ଛୁରା ପ୍ରମୁଖ ମଞ୍ଚାସୀନ ଥିଲେ । ଓଡ଼ିଶା ସରକାରଙ୍କ ଏହି ଅଭିନବ ପ୍ରୟାସକୁ ସମସ୍ତେ ପ୍ରଶଂସା କରିବା ସହ ନୂତନ ବାଳବାଟିକା ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ସମସ୍ତ ନୂତନ ଛାତ୍ରଛାତ୍ରୀଙ୍କୁ ଖଡ଼ିଛୁଆଁ କରିବା ସହ ପୋଷାକ, ସ୍କୁଲ ବ୍ୟାଗ ବଣ୍ଟନ କରାଯାଇଥିଲା । ସମସ୍ତ ଛାତ୍ରଛାତ୍ରୀ ଗପ ରାଇଜ, ରଙ୍ଗ ପସରା ଓ ଖେଳ ଘର ଆଦି ବୁଲି ସନ୍ତୋଷ ଅନୁଭବ କରିଥିଲେ । ମୁଖ୍ୟ ଅତିଥି ଶ୍ରୀ ବେହେରା ପ୍ରବେଶ ଉତ୍ସବ ସଚେତନତା ରଥ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମକୁ ବାନ୍ଦୁପଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଲିଲୁମୋହନ ପଧାନ ସଂଯୋଜନା କରିଥିବା ବେଳେ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ବଡଜେନା ଧନ୍ୟବାଦ ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମ ଆୟୋଜନରେ ଶିକ୍ଷକ ଝସକେତନ ରାଜହଂସ, ଚିନ୍ମୟ ସ୍ୱାଇଁ, ଶିବପ୍ରସାଦ ଦୀପ , ନିରୁପମା ସୁନା, ଲିଲି ସାହୁ, ହର୍ଷିତା ଦାସ, ନରେନ୍ଦ୍ର କୁମାର ଶତପଥୀ, ବେଣୁଧର ମେହେର, ଉତ୍ତମ ରଣା ଏବଂ ମନୋଜ ଦୀପ ସହଯୋଗ କରିଥିଲେ ।

Leave A Reply

Your email address will not be published.