csstore

ଆଜି ରୁକ୍ମିଣୀ ହରଣ ଏକାଦଶୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବିବାହ ଉତ୍ସବ

ପୁରୀ : ଆଜି ରୁକ୍ମିଣୀ ହରଣ ଏକାଦଶୀ । ମଙ୍ଗଳବାର ରାଜେନ୍ଦ୍ରାଭିଷେକ ପରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେଉଛି ।‌ ଶ୍ରୀମନ୍ଦିରରେ ସକାଳ ଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ହେବ ।‌ ଏହାପରେ ମଦନମୋହନ ରତ୍ନ ସିଂହାସନକୁ ବିଜେ ହେବେ । ଭୋଗ ମଣ୍ଡପ ଶେଷ ପରେ ମଦନମୋହନ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ଜୟବିଜୟ ଦ୍ୱାରକୁ ବିଜେ କରିବେ‌ । ସକାଳ ଧୂପ ପୂଜା ବଢିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ ରୁକ୍ମିଣୀଙ୍କୁ ଦେବା ପରେ ମହାଜନ ସେବକ ରୁକ୍ମିଣୀଙ୍କୁ ସାତ ପାହାଚରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ବିମାନବଡୁ ସେବକ ପାଲିଙ୍କିକୁ ମହାଲକ୍ଷ୍ମୀ ମନ୍ଦିରକୁ ବିଜେ କରାଇ ଅନ୍ୟାନ୍ୟ ନୀତି ବଢିବା ପରେ ବେଶ ସମ୍ପନ୍ନ ହୋଇଥାଏ ।‌ ପୁନର୍ବାର ଅନ୍ୟାନ୍ୟ ନୀତି ବଢ଼ି ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ହୋଇ ନୂଆ ଲୁଗା ଲାଗି କରାଯିବ । ସନ୍ଧ୍ୟାଧୂପ ନୀତି ବଢ଼ି ସାରିବା ପରେ ମହାପ୍ରଭୁଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ ।

jayashree
Leave A Reply

Your email address will not be published.