ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରଠାରେ ସ୍ଥାନୀୟ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଦିଗଦର୍ଶନ ଫାଉଣ୍ଡେସନ ପକ୍ଷରୁ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ନିର୍ଦ୍ଧେଶିକା ବିଜୟଲକ୍ଷ୍ମୀ ମହାକୁଡଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ସହରସ୍ଥିତ ଭାରତୀ ବିଦ୍ୟାପୀଠରେ ରହିଥିବା ଉତ୍କଳ ଗୌରବ ମଧୁବାବୁ ଓ ମଧ୍ୟଖଣ୍ଡ ସାହିରେ ରହିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ସ୍ୱତନ୍ତ୍ର ଓଡିଶା ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଉତ୍କଳର ବରପୁତ୍ରମାନଙ୍କ ସ୍ମୃତିଚାରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଗଞ୍ଜାମ ପ୍ରେସକ୍ଳବ ସଭାପତି ଶବର କୁମାର ତରାଇ, ସମ୍ପାଦକ ବିଦ୍ୟାଧର ସାହୁ, ପୂର୍ବତନ ସରପଞ୍ଚ ଗୋବିନ୍ଦ ରେଡି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଅନୁଷ୍ଠାନର ସଭାପତି ଉମାକାନ୍ତ ବେହେରା ଉପସ୍ଥିତି ରହି କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ଉପସଭାପତି ରାକେଶ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।