oom

କଳିଙ୍ଗ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

jsmm

ତିଗିରିଆ : ତିଗିରିଆ ବ୍ଲକ ନିଜିଗଡ଼ ପଞ୍ଚାୟତ ସ୍ଥିତ କଳିଙ୍ଗ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି । କଲେଜର ଅଧ୍ୟକ୍ଷା କୁଙ୍କୁମିତା ନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ତହସିଲଦାର ପ୍ରମୋଦ କୁମାର ବାସ୍କେ, ମୁଖ୍ୟବକ୍ତା ଭାବେ ସମାଜସେବୀ ତଥା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ କୁମାର ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସଂଯୁକ୍ତା ମହାନ୍ତି ଯୋଗଦେଇ ଥିଲେ । ପ୍ରାଧ୍ୟାପକ ଗଣେଶ୍ଵର ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିଲେ । ଅଧ୍ୟକ୍ଷା ଶ୍ରୀମତୀ ନାୟକ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅଧ୍ୟାପିକା ସ୍ମିତା ମିଶ୍ର ବାର୍ଷିକ ବିବରଣୀ ଉପସ୍ଥାପନ କରିଥିଲେ । ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ଏବଂ ବାର୍ଷିକ କ୍ରୀଡା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ଵାରା ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଅଧ୍ୟାପିକା ଦୀପ୍ତିମୟୀ ସାହୁ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.