ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନଫରେନ୍ସ ମାଧ୍ୟମରେ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬କିଲୋ ଲିଟର ବିଶିଷ୍ଟ ତରଳ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନଫରେନ୍ସ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଉପଲକ୍ଷେ ବୌଦ୍ଧ ଠାରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାରୋହରେ ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ଓ କଣ୍ଟାମାଳ ବିଧାୟକ ମହୀଧର ରଣା ଉପସ୍ଥିତ ଥିଲେ । ପୂର୍ବରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପଶ୍ଚିମ ଓଡିଶା ବିକାଶ ପରିଷଦ ଅନୁଦାନରେ କିଣାଯାଇଥିବା ସ୍ୱାସ୍ଥ୍ୟ ସେବା ଭିତ୍ତିଭୂମି ଉନ୍ନୟନ ଯନ୍ତ୍ରପାତିର ଲୋକାର୍ପଣ ପରେ ଏବେ ତରଳ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ବୌଦ୍ଧ ଜିଲ୍ଲାର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ଆହୁରି ଉନ୍ନତ କରିବ ବୋଲି ବିଧାୟକ ଦ୍ୱୟ ମତ ଦେଇଥିଲେ ।

Leave A Reply

Your email address will not be published.

two × 2 =