pakka

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ

bbehera

କୋରାପୁଟ : କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ ଭିଜିଲାନ୍ସ ହାତରେ ଧରାପଡିଥିବା ସୂଚନା ମିଳିଛି । ସେ ରିଲାଏନ୍ସ ନାମକ ଏକ ଘରୋଇ ବସରେ କଟକସ୍ଥିତ ନିଜ ଘରକୁ ଯିବା ବେଳେ ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ ଜୟପୁର ଭିଜିଲାନ୍ସ ଟିମ୍ ମାଡି ବସିଛି । ବସରେ ପଇସା ଧରି ଯାଉଥିବା ବେଳେ ତାଙ୍କ ନିକଟରୁ ଦୁଇ ଲକ୍ଷ ଟଙ୍କା ଜବତ କରାଯାଇଛି ।

ସୂଚନା ଯୋଗ୍ୟ ଯେ, ଗତକାଲି ରାତିରେ ଭିଜିଲାନ୍ସ ଅଧିକାରୀମାନେ ସୁଶାନ୍ତଙ୍କ ଅଫିସ୍ ଚାମ୍ବର ଓ ସରକାରୀ ବାସଭବନରେ ଚଢ଼ାଉ କରିଥିଲେ । ଚଢ଼ାଉ ବେଳେ ତାଙ୍କ ଅଫିସ୍ ଚାମ୍ବରରୁ ୧ ଲକ୍ଷ ୮୦ ହଜାର ଟଙ୍କା ଓ ସରକାରୀ ବାସଭବନରୁ ୩ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଆଜି ଭିଜିଲାନ୍ସ ପକ୍ଷରୁ ଆଇଆଇସିଙ୍କ ପୈତୃକ ଘରେ ଚଢ଼ାଉ ହେବା ନେଇ ସୂଚନା ରହିଛି । ସେପଟେ ଜୟପୁର ଭିଜିଲାନ୍ସ ଥାନା ଅଧିକାରୀଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

jay balangir
Leave A Reply

Your email address will not be published.

three + 19 =