ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀ

ବରଗଡ, (ନିରୋଜ କୁମାର ପାଣୀ) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ୟ୍ୟନିର୍ବାହୀ ଅଧିକାରୀ ଉମେଶ କୁମାର ସେଠଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଥରକୁ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଭିଜିଲାନ୍ସ ପକ୍ଷରୁ ତାଙ୍କ ବରଗଡ ସ୍ଥିତ ବାସଭବନ, ବରପାଲି ଥାନା ଅନ୍ତର୍ଗତ ଲାଉନସରା ଗ୍ରାମ ସ୍ଥିତ ବାସଭବନ, କେଲେଙ୍ଗାପାଲି ଗ୍ରାମପଞ୍ଚାୟତ ଅଫିସ ଓ କେଶାଇପାଲି ପଞ୍ଚାୟତ ଅଫିସରେ ଚଢାଉ କରାଯାଇଛି । ଚଢାଉ ବେଳେ ବହୁ ଗୁର‌ତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.