jayashree

ମା’ ହୀରାନୀଳା ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ରମେଶ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ମା’ ହୀରାନୀଳା ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ରମେଶ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ଜଣାପଡିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଓ ମହାବିଦ୍ୟାଳୟରେ କୋଟିକୋଟି ଟଙ୍କାର ହେରଫେର କରିଥିବା ଅଭିଯୋଗରେ ଉକ୍ତ ଚଢାଉ କରିଥିବା ଜରାପହିଛି । ଭିଜିଲାନ୍ସ ଇନ୍ସପେକ୍ଟର ପ୍ରମିଳା ସୁନାଙ୍କ ନେତୃତ୍ୱରେ ରମେଶ ସାହୁଙ୍କ ବିଶ୍ୱନାଥପୁର ସ୍ଥିତ ବାସଭବନରେ ଚଢାଉ କରାଯାଇଥିବା ବେଳେ ତାଙ୍କ ଭୁବନେଶ୍ୱର ଆର୍ଯ୍ୟ ଭିଲେଜ ସ୍ଥିତ ବାସଭବନ ଓ ତାଙ୍କ ପତ୍ନୀଙ୍କ ନାମରେ ଥିବା କ୍ରସର ଉପରେ ମଧ୍ୟ ଭିଜିଲାନ୍ସର ଟିମ୍ ଚଢାଉ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ରମେଶ ସାହୁ ବିଶ୍ୱନାଥପୁର ସ୍ଥିତ ମା’ ହୀରାନୀଳା ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବେ ଦାୟିତ୍ୱରେ ଥିବାବେଳେ ମହାବିଦ୍ୟାଳୟର କୋଟିକୋଟି ଟଙ୍କା ଚଳୁ କରିଥିବା ସହିତ ଚାକିରି କରାଇଦେବା ନାଁରେ ଲୋକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା । ଏପରିକି ଅଭିଯୋଗ ପରେ ସେ ଫେରାର ହୋଇଥିବା ବେଳେ ପରେ ପୁଲିସ ହାତରେ ଧରାପଡି ଜେଲ ଯାଇଥିଲେ । ସେହିଦିନ ଠାରୁ ତାଙ୍କର ପତ୍ନୀଙ୍କ ନାମରେ ଥିବା ବେନାମୀ ସମ୍ପତ୍ତି ଭିଜିଲାନ୍ସ ସ୍କାନର ରହିଥିଲା । ଫଳରେ ଆଜି ସକାଳ ଛଅଟାରୁ ତାଙ୍କ ଘରେ ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ୍ ଚଢାଉ କରିଛି । ଚଢାଉ ଶେଷ ହେବା ପରେ ସମ୍ପତ୍ତି ଆକଳନ ସ୍ପଷ୍ଟ ହେବ ବୋଲି ଭିଜିଲାନ୍ସ ଅଧିକାରୀ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.