jayashree

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର କିରାଣୀ ଅନୁପ ଶତପଥୀ

ଖୋର୍ଦ୍ଧା : ଖୋର୍ଦ୍ଧା ଥାନା ଅନ୍ତର୍ଗତ ହଳଦିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର କିରାଣୀ ଅନୁପ ଶତପଥୀ ମଙ୍ଗଳବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି । ମୃତ ବ୍ୟକ୍ତିଙ୍କ ପ୍ରମାଣପତ୍ର କରାଇଦେବାକୁ କହି ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାତରେ ଧରାପଡିଥିଲେ । ସୂଚନା ଅନୁଯାୟୀ, ଚମ୍ପାଝର ଗ୍ରାମର ସୁନିଲ ତ୍ରିପାଠୀ ତାଙ୍କ ଜେଜେ ବାପା ଓ ଜେଜେ ମାଙ୍କ ମୃତ ପ୍ରମାଣ ପତ୍ର ପାଇଁ ହଳଦିଆ ସ୍ୱାସ୍ଥ୍ୟକେନ୍ଦ୍ରର କିରାଣୀ ଅନୁପ ଶତପଥୀଙ୍କୁ କହିଥିଲେ । ମୃତ୍ୟୁ ପ୍ରମାଣପତ୍ର କରାଇଦେବା ବାବଦକୁ ସେ ୬ ହଜାର ଲାଞ୍ଚ ମାଗିଥିଲେ । କାର୍ଯ୍ୟାଳୟରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖବର ପାଇ ଖୋର୍ଦ୍ଧା ଭିଜିଲାନ୍ସ ଟିମ୍‌ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରି ତଦନ୍ତ ଚଳାଇଛି ।

Leave A Reply

Your email address will not be published.