om academy

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

jsm

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିବା ଜଣାପଡିଛି । ଏହି ଚଢାଉରେ ବିଭିନ୍ନ ଟିମ୍‌ ସାମିଲ ଥିବା ଜଣାପଡିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଘରେ ଚଢାଉ କରାଯାଇଥିଲା । ଏକାସାଙ୍ଗେ ବାସଭବନ ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେନେଇ ଭିଜିଲାନ୍ସ ପକ୍ଷରୁ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ଚଢାଉ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ରହିଛି ।

Leave A Reply

Your email address will not be published.