ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭଞ୍ଜନଗର, (କେପିଏନ୍‌ଏସ୍‌) : ଗଞ୍ଜାମ ଜିଲ୍ଲା ବୁଗୁଡ଼ା ସ୍ଥିତ ବାଘୁଆ ଜଳସେଚନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଣାପଡିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ସ୍ପେଶାଲ ଜଜ୍‌ଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଜଣେ ଅତିରିକ୍ତ ଏସ୍‌ପି, ୯ ଇସ୍ସପେକ୍ଟର ଏବଂ ଅନ୍ୟ ଷ୍ଟାଫ୍‌ଙ୍କ ସହାୟତାରେ ଗଞ୍ଜାମ ଜିଲ୍ଲାର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଚଢ଼ାଉ ଚାଲିଥିବାରୁ ସମ୍ପତ୍ତି ଆକଳନ ହୋଇ ପାରିନାହିଁ ବୋଲି ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.

error: Content is protected !!