oum

କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

jsm

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି । ଏକକାଳୀନ କେନ୍ଦୁଝର, ତେଲକୋଇ ସମେତ ବିଭିନ୍ନ ସ୍ଥାନରେ ଥିବା ତାଙ୍କ ୫ଟି ଘର ଉପରେ ଚଢ଼ାଉ ଜାରି ରହିଥିବା ସୂଚନା ମିଳିଛି ।

Leave A Reply

Your email address will not be published.