
ଜୁରାବନ୍ଧରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟକୁ ଆଭାଷୀ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଜୁରାବନ୍ଧ ଗାଁରେ ଥିବା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଆଭାଷୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା ସରକାରଙ୍କ ଦ୍ୱାରା ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ତ୍ରିଲୋଚନ ମାଝୀଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପାଟଣାଗଡ଼ ବିଇଓ ତଥା ବଙ୍ଗୋମୁଣ୍ଡା ବ୍ଲକ ନୋଡାଲ ଅଫିସର ଶଙ୍କର ମାଝି, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ଏବିଓ ଅରୁଣ ଯୋଶୀ, ଏବିଇଓ କୈଳାସ ଚନ୍ଦ୍ର ଭୋଇ, ଜୁରାବନ୍ଧ ପଂଚାୟତ ସରପଞ୍ଚ ଯଶୋବନ୍ତି ସଗରିଆ, ସମିତି ସଭ୍ୟ ସୁନାସୂତା ଭୋଇ, ଡଃ. ବିଶ୍ୱମ୍ଭର ମେହେର, ବଙ୍ଗୋମୁଣ୍ଡା ଥାନା ଅଧିକାରୀ ସଞ୍ଜୀବ ପ୍ରଧାନ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ । ଜୁରାବନ୍ଧ ସ୍କୁଲର ସହକାରୀ ଶିକ୍ଷକ ଦେବରାଜ ମେହେର ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଆନନ୍ଦ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜୁରାବନ୍ଧ ଗ୍ରାମ ପଞ୍ଚାୟତର ସମସ୍ତ ମହିଳା ଗୋଷ୍ଠୀ, ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ, ସିଆରପି,ଏମ୍ବିକେ ତଥା ଜୁରାବାନ୍ଧ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଏବେ ଜୁରାବନ୍ଧ ଗ୍ରାମ ପଞ୍ଚାୟତର ଜନସାଧାରଣ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଭାଷଣ ଶୁଣିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ ।