ମାଡ଼ି ଆସୁଛି ୟାସ୍‌ : ଧାମରା ପାଖରେ କରିବ ଅତିକ୍ରମ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ମାଡ଼ି ଆସୁଛି ବାତ୍ୟା ୟାସ୍‌ । ଧାମରା ପାଖରେ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି କୁହାଯାଉଛି । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍‌ ସ୍ଥଳଭାଗ ଅତିକ୍ରମ କରିବ । ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ଯେ, ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ । ଆଜି ଅପରାହ୍ନରେ ଅତି ଭୂଷଣ ରୂପ ନେବାର ସମ୍ଭାବନା ରହିଛି । ଏହା ଅତି ଭୀଷଣକାୟ ରୂପ ଧରି ୨୬ ତାରିଖ ସକାଳେ ଚାନ୍ଦବାଲି ଓ ଧାମରା ବନ୍ଦର ନିକଟରେ ପହଞ୍ଚିବ ।
ତେବେ ଗତ ୬ ଘଣ୍ଟାରେ ଧରି ଏହା ୯ କିଲୋମିଟର ବେଗରେ ବଙ୍ଗୋପସାଗରର ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ଯଦି ଏହି ଗତି ଜାରି ରହେ, ଲ୍ୟାଣ୍ଡଫଲ ସମୟରେ ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ବେଗରେ ପବନ ବହିବ । ବେଳେ ବେଳେ ସର୍ବାଧିକ ୧୮୫ କିଲୋମିଟର ବେଗରେ ପବନ ବହିବା ସାଙ୍ଗକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନାରେ କୁହାଯାଇଛି ।

Leave A Reply

Your email address will not be published.