
ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ।