ଜାନୁୟାରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର : ଜାନୁୟାରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ । ଆସନ୍ତା ୨୬ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସ୍‌ଇ) ପକ୍ଷରୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପରୀକ୍ଷା କେନ୍ଦ୍ରଗୁଡିକୁ ପଠାଯିବ । ଯଦି କୌଣସି ସ୍ଥାନରେ ପ୍ରଶ୍ନପତ୍ର କିମ୍ବା ଉତ୍ତର ଖାତାରେ ତ୍ରୁଟି ରହିଥିବ, ସଙ୍ଗେ ସଙ୍ଗେ ପରୀକ୍ଷା ନିୟନ୍ତ୍ରକଙ୍କୁ ଫୋନ କରି ଜଣାଇବାକୁ ସିଏଚ୍‌ଏସ୍‌ଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଚିଠି ଲେଖିଛି । ଏଥିସହ ପରୀକ୍ଷା ଅଧୀକ୍ଷକମାନେ ପ୍ରଶ୍ନପତ୍ର, ଉତ୍ତର ଖାତା ସମେତ ଅନ୍ୟାନ୍ୟ କାଗଜପତ୍ର ଗ୍ରହଣ କରିବା ସମୟରେ ତାହାକୁ ଭଲ ଭାବେ ଯାଞ୍ଚ କରିବାକୁ କୁହାଯାଇଛି ।

Leave A Reply

Your email address will not be published.