jayashree

ହୋଲି ପର୍ବ

ହୋଲି ଏକ ହିନ୍ଦୁ ପର୍ବ ଯାହା ବସନ୍ତ ଋତୁରେ ଫଗୁଣ (ଫାଲଗୁନ) ମାସରେ ପୂର୍ଣ୍ଣମୀ ତିଥିରେ ପାଳନ କରାଯାଇଥାଏ । ଏହାକୁ ଦୋଳ ପୁନେଇଁ ବା ଦୋଳଯାତ ମଧ୍ୟ କୁହାଯାଏ । ଦୋଳ‌ଯାତ ବା ଦୋଳ‌ଯାତ୍ରା ‌‌ଶ୍ରୀକୃଷ୍ଣଙ୍କ ଗୋପଲୀଳାର ନିଦର୍ଶନ । ଏଥିରେ ରାଧା ଦାମୋଦରଙ୍କର ଗୋପ ଗୋପୀମାନଙ୍କ ସହିତ ରଙ୍ଗ ପିଚକାରୀ ଖେଳ ଶ୍ରୀମଦ ଭାଗବତ ବର୍ଣ୍ଣିତ ରାସଲୀଳାର ସ୍ମୃତି ବହନ କରିଥାଏ । ଏହା ସାରା ଭାରତର ଅତି ଲୋକପ୍ରିୟ ପର୍ବ ଭିତରୁ ଅନ୍ୟତମ । ବସନ୍ତ ଋତୁର ଏଇ ଖେଳକୁ ଭାଷା, ବର୍ଣ୍ଣ, ଲିଙ୍ଗ, ପ୍ରାନ୍ତ, ଧର୍ମ ନିର୍ବିଶେଷରେ ସମସ୍ତେ ଉପଭୋଗ କରିଥାନ୍ତି । ଏଇ ପର୍ବରେ ଲୋକମାନେ ରାଧା ଦାମୋଦରଙ୍କୁ ସୁସଜ୍ଜିତ ବିମାନରେ ବସାଇ ଘରକୁ ଘର ବୁଲିଥାନ୍ତି । ଫଗୁ ପୁନେଇଁ ଦିନ ସବୁ ବିମାନଙ୍କୁ ଦୋଳ ମଣ୍ଡପରେ ବସାଇ ପାଞ୍ଚଦିନ ବ୍ୟାପି ପୂଜାର୍ଚନା କରାଯାଏ । ଏଇ ପାଞ୍ଚଦିନ କାଳ ନାନାଦି ମନୋରଞ୍ଜନମୂଳକ କାର୍ଯ୍ୟକ୍ରମ ଯଥା ବାଦିପାଲା, ଯାତ୍ରା ଆଦି ଲାଗି ରହେ । ପୁନେଇଁ ଦିନ ବିଭିନ୍ନ ଗ୍ରାମରୁ ଆସିଥିବା ବିମାନମାନଙ୍କର ମନୋରମ ଶୋଭାଯାତ୍ରାକୁ ମେଲଣ କୁହାଯାଏ । ଏହାର ପରଦିନ ରଙ୍ଗଖେଳ ହୋଇଥାଏ । ଏଇ ଖେଳ ଏତେ ଲୋକପ୍ରିୟ ଯେ ବିଦେଶରୁ ଆସିଥିବା ପର୍ଯ୍ୟଟକମାନେ ମଧ୍ୟ ଏହାର ଆନନ୍ଦ ନେଇଥାନ୍ତି ।

Leave A Reply

Your email address will not be published.