ମହିଳା ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ମନୁ ଭାକରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ର ମହିଳା ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ମନୁ ଭାକରଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟ କରି ଲେଖିଛନ୍ତି : ‘ଏକ ଐତିହାସିକ ପଦକ! ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ଭାରତ ପାଇଁ ପ୍ରଥମ ପଦକ ଜିତିଥିବାରୁ ସାବାସ୍, @realmanubhaker କାଂସ୍ୟ ପଦକ ପାଇଁ ଅଭିନନ୍ଦନ । ପ୍ରଥମ ମହିଳା ଭାବେ ଭାରତ ପାଇଁ ଶୁଟିଂରେ ଏକ ପଦକ ଜିତିଥିବାରୁ ଏହି ସଫଳତା ଆହୁରି ଅଧିକ ସ୍ୱତନ୍ତ୍ର ହୋଇପାରିଛି ।

Leave A Reply

Your email address will not be published.