pr

ମାଁ ବସ୍ତ୍ରେନ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

dr. purohit

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝଲପ ପଂଚାୟତର ମମିଆଁ ଗ୍ରାମରେ ଚାଲିଥିବା ମାଁ ବସ୍ତ୍ରେନ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟ ରେ ୧୬ ଗୋଟି ଦଳ ଅଂଶ ଗ୍ରହଣ କରିଥିବା ବେଳେ ମନିଗାଁ ଓ ଟେପସା ଦଳ ଫାଇନାଲ ମ୍ୟାଚକୁ ଉତ୍ତୀର୍ଣ୍ଣ ହୋଇଥିଲେ । ମନିଗାଁ ଓ ଟେପସା ଦଳ ମଧ୍ୟରେ ଫାଇନାଲ ମ୍ୟାଚ୍‌ ହୋଇଥିବା ବେଳେ ଏଥିରେ ଟେପସା ଦଳ ବିଜୟୀ ହୋଇଥିଲା । ରେଫରୀ ଦୁଷ୍ମନ୍ତ ସାହୁ ଖେଳ ପରିଚାଳନା କରିଥିବା ବେଳେ ଲାଇନରେ ଦୁଷ୍ମନ୍ତ ବେହେରା, ବୁଲୁ ମାଝୀ, ଚଉ ଭୋଇ ସହଯୋଗ କରିଥିଲେ । ମମିଆଁ ଗାଁର ବୈବ ମଙ୍ଗରାଜ ଧାରା ବିବରଣୀ ପ୍ରଦାନ କରିଥିଲେ । ଉଦଯାପନୀ ଉତ୍ସବରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଭୋଲାନାଥ ବେହେରା, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଉପାଧ୍ୟକ୍ଷ ମାମରାଜ ଜୈନ, ଗରିବ ସେନା ନୂଆପଡା ଜିଲ୍ଲା ସଭାପତି ରବି ମଙ୍ଗରାଜ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଖେଳାଳୀମାନଙ୍କୁ ଉତ୍ସାହିତ କରିବା । ଏଥିରେ ଆୟୋଜକ କମିଟିର ଛବି ବେହେରା, ଅକ୍ଷ ମଙ୍ଗରାଜ, ଚିନ୍ତା ବେହେରା, କେଶବ ବେହେରା, ଘାଟୁ ଭୋଇ, ଝସକେତନ ଭୋଇ, ଇଶ୍ୱର ଭୋଇ, ମୁଟୁ ଭୋ. ବିରେନ ବେହେରା, ମତିରାମ ବେହେରା, ଜାନକୀ ଭୋଇ, କିଶୋର ଭୋଇଙ୍କ ସମେତ କ୍ଲବର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ ।

nrusinghnath
Leave A Reply

Your email address will not be published.